ଭୁବନେଶ୍ୱର: ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ। ଏନେଇ ୧୯ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି। ଅତିରିକ୍ତ ଚାଉଳ ବଣ୍ଟନ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ରାସନ କାର୍ଡଧାରୀଙ୍କୁ ୫କେଜି ଅଧିକ ଚାଉଳ ମିଳିବ। ୧୯ ଜିଲ୍ଲାରେ ମୋଟ ୨ କୋଟି ୪୦ଲକ୍ଷ ହିତାଧିକାରୀ ଏଥିରେ ଉପକୃତ ହେବେ।
ତେବେ ଅଧିକ ୫କେଜି ଚାଉଳ ମିଳିବା ନେଇ ଅନୁଗୁଳ, ବାଲେଶ୍ୱର, ବରଗଡ, ଭଦ୍ରକ, କଟକ, ଦେଓଗଡ, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ ଜିଲାପାଳଙ୍କୁ ଚିଠି ଲେଖିଛି ଯୋଗାଣ ବିଭାଗ। ନଭେମ୍ବର ୧୦ ତାରିଖ ସୁଦ୍ଧା ବଣ୍ଟନ ସାରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ମିଳିବ ଏହି ଲାଭ।