ସାରା ରାଜ୍ୟର ଆଜି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ। ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନଟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଆଲର୍ଟ କରିଛି ପାଣିପାଗ ବିଭାଗ । ପୂର୍ବ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଆଉ ଏକ ଲଘୁଚାପ ଲୋକଙ୍କ ଚିନ୍ତା ବଢାଇଛି ।
ଆସନ୍ତାକାଲି ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ଏହି ଅଵପାତ। ଫଳରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି। ଏବେ ପରବର୍ତ୍ତୀ ୨ରୁ ୩ ଘଣ୍ଟା ଭିତରେ ରାୟଗଡ଼ା, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ଗଞ୍ଜାମ ଓ ଗଜପତିର କିଛି ଅଞ୍ଚଳରେ ବର୍ଷା ସହ ଘଡ଼ଘଡ଼ି ପାଇଁ ସତର୍କ କରାଯାଇଛି। ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି।
ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି । ଦୁଇଟି ଲଘୁଚାପ ପାଇଁ ଆହୁରି ୪ଦିନ ପ୍ରବଳ ବର୍ଷା ହେବ। ସେପେଟ ସକାଳୁ ସକାଳୁ ଉପକୂଳ ଓଡ଼ିଶାରେ ବି ବର୍ଷା ଆରମ୍ଭ ହୋଇଯାଇଛି । ଟୁଇନ୍ ସିଟିରେ ବି ସକାଳୁ ଝିପ୍ ଝିପ୍ ବର୍ଷା ଲାଗି ରହିଛି।