ପୁରୀ: ପୁରୀ ଟାଉନ ଥାନା ଅନ୍ତର୍ଗତ ଦୋଳମଣ୍ଡପ ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରିକ୍ସା ଚାଳକଙ୍କ ଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି ଆଇନଜୀବୀ । ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ପୁରୀ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ପିସିଆର୍ ଟିମ ।
ସୂଚନା ଅନୁଯାୟୀ, ପୁରୀ ଟାଉନ୍ ଥାନା ଅନ୍ତର୍ଗତ ଦୋଳମଣ୍ଡପ ସାହି ନିକଟରେ ଜଣେ ରିକ୍ସା ଚାଳକ ଆଇନଜୀବୀ ରଘୁନାଥ ପଟ୍ଟନାୟକଙ୍କୁ ଆକ୍ରମଣ କରିଛନ୍ତି । ଚାଳକର ଆକ୍ରମଣରେ ଆଇନଜୀବୀ ଲହୁ ଲୁହାଣ ହୋଇଥିବା ବେଳେ ତାଙ୍କ ମୁଣ୍ଡ, ମୁହଁ ଓ ଛାତିରେ ଗଭୀର ଆଘାତ ଲାଗିଛି । ଅଘଟଣ ପରେ ଆକ୍ରମଣକାରୀ ରିକ୍ସା ଚାଳକ ଘଟଣାସ୍ଥଳରୁ ଚମ୍ପଟ ମାରିଛି । ଏନେଇ ଖବର ପାଇ ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି। ତେବେ ରିକ୍ସା ଚାଳକକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଢାଉ ଜାରି ରହିଛି । ପୁରୀ ଭଳି ଏକ ଧାର୍ମିକ ତଥା ପର୍ଯ୍ୟଟନ ସହରରେ ଆଇନଜୀବୀଙ୍କୁ ରିକ୍ସା ଚାଳକ ଆକ୍ରମଣ କରିବା ଘଟଣା ପୁଲିସର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
ଅଧିକ ପଢନ୍ତୁ: ସାନଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ