ଭୁବନେଶ୍ୱର: ବଢିଲା ବିଧାୟକଙ୍କ ଦରମା। ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟ ମାନଙ୍କ ଦରମା, ଭତ୍ତା ଓ ପେନସନ୍ ବିଲ ୨୦୨୫ ଗୃହରେ ପାରିତ ହୋଇଛି। ତେବେ ବିଧାନସଭା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ହେବା ପୂର୍ବରୁ ଏହି ବିଲ୍ ଗୃହରେ ପାରିତ ହୋଇଛି। ଜାଣିରଖନ୍ତୁ, ଏହି ବିଲ୍ ପାରିତ ହେବା ପରେ ବିଧାୟକ ଓ ବାଚସ୍ପତିଙ୍କ ଦରମା କେତେ ବୃଦ୍ଧି ପାଇଛି?
ବାଚସ୍ପତିଙ୍କ ଦରମା ୪୦ ହଜାର ୫୦୦ ବଦଳରେ ୯୮ ହଜାରକୁ ବୃଦ୍ଧି ପାଇଥିବାବେଳେ ଉପବାଚସ୍ପତିଙ୍କ ଦରମା ୩୮ ହଜାରରୁ ୯୪ ହଜାରରୁ ବଢ଼ିଛି। ତେବେ ପୂର୍ବରୁ ବାଚସ୍ପତି ୪୦ ହଜାର ୫୦୦ ଟଙ୍କା ଦରମା ବାବଦରେ ପାଉଥିଲେ। ଏବେ ତାଙ୍କୁ ୯୮ ହଜାର ଟଙ୍କା ମିଳିବ। ବୈଠକ ଭତ୍ତା ୮୦୦ ଟଙ୍କା ବଦଳରେ ୨୦୦୦ ଟଙ୍କା ମିଳିବ। ସେହିପରି କାର ଭତ୍ତା ମାସିକ ୧୭ ହଜାର ବଦଳରେ ୮୯ ହଜାର ପାଇବେ। ବ୍ୟକ୍ତିଗତ ବ୍ୟୟ ଭତ୍ତା ୪୦ ହଜାର ଟଙ୍କା ବଦଳରେ ୧ ଲକ୍ଷ ୮୧ ହଜାର ଟଙ୍କା ପାଇବେ। ବାସଗୃହ ଭତ୍ତା ମାସିକ ୧ ଶହ ଟଙ୍କା ବଦଳରେ ଦୈନିକ ୨୦୦୦ ଟଙ୍କା ପାଇବେ।
ବୈଠକ ଭତ୍ତାକୁ ଛାଡ଼ି ଅନ୍ୟାନ୍ୟ ଭତ୍ତା ସହିତ ମୋଟ ୪ ଲକ୍ଷ ୨୮ ହଜାର ଟଙ୍କା ଦରମା ବାବଦରେ ପାଇବେ। ସେହିପରି ଉପବାଚସ୍ପତି ବି ବୈଠକ ଭତ୍ତା ବାବଦରେ ୮୦୦ ବଦଳରେ ୨୦୦୦ ଟଙ୍କା ପାଇବେ। କାର ଭତ୍ତା ୧୭ ହଜାର ବଦଳରେ ୮୫ ହଜାର, ବ୍ୟକ୍ତିଗତ ଭତ୍ତା ୪୦ ହଜାର ବଦଳରେ ୧ ଲକ୍ଷ ୭୭ ହଜାର ଏବଂ ବାସଗୃହ ଭତ୍ତା ବାବଦକୁ ପୂର୍ବରୁ କିଛି ଟଙ୍କା ମିଳୁ ନ ଥିବା ବେଳେ ଏଣିକି ଦୈନିକ ୨୦୦୦ ଟଙ୍କା ମିଳିବ। ଉପବାଚସ୍ପତି ବୈଠକ ଭତ୍ତା ଛାଡ଼ି ଅନ୍ୟାନ୍ୟ ଭତ୍ତା ସହିତ ମୋଟ ୪ ଲକ୍ଷ ୧୬ ହଜାର ଟଙ୍କା ଦରମା ବାବଦରେ ପାଇବେ।
ଅଧିକ ପଢନ୍ତୁ: ସରିଲା ବିଧାନସଭାର ଶୀତ ଅଧିବେଶନ; ନିର୍ଦ୍ଧାରିତ ସମୟ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ କଲେ ବାଚସ୍ପତି