କୋଣାର୍କ: ପୁରୀ ଜିଲ୍ଲାର ସୂର୍ଯ୍ୟ ମନ୍ଦିରକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆସନ୍ତାକାଲି ଅର୍ଥାତ୍ ଡିସେମ୍ବର ୩୦ ତାରିଖରେ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ପ୍ରବେଶ ପାଇଁ ଶୁଳ୍କ ଛାଡ କରାଯାଇଛି।
ବିଶ୍ବକୁ ରୋଗମୁକ୍ତ ଓ ବିଶ୍ବର କଲ୍ୟାଣ ପାଇଁ ଚଳିତବର୍ଷ ମଧ୍ୟ କୋଣାର୍କ ସୁରକ୍ଷା ସମିତି ଓ ବିଶ୍ବ ହିନ୍ଦୁ ପରିଷଦର ମିଳିତ ଆନୁକୁଲ୍ୟରେ ତ୍ରିଦିବସୀୟ ବିଶ୍ବ କଲ୍ୟାଣ ସୌର ମହାଯଜ୍ଞ ପାଇଁ ଘଟ ସ୍ଥାପନ ଓ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସମିତିର ସଭାପତି ତଥା କୋଣାର୍କ ଏନଏସି କାଉନସିଲର ସୌମ୍ୟସୌରଭ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭଗବାନ ସୂର୍ଯ୍ୟ ନାରାୟଣଙ୍କ ପୂଜାର୍ଚ୍ଚନା ଓ ହୋମଯଜ୍ଞ କାର୍ଯ୍ୟକ୍ରମ ହେବ। ପବିତ୍ର ଶାମ୍ବଦଶମୀରେ ବିଶ୍ବ କଲ୍ୟାଣ ସୌର ମହାଯଜ୍ଞର ପୂର୍ଣ୍ଣାହୁତି ହେବ। ଆସନ୍ତାକାଲି ଶାମ୍ବଦଶମୀ ଅବସରରେ ଏହି ଶୁଳ୍କ ଛାଡ କରିବାକୁ ନିଷ୍ପତ୍ତି ନିଆଯାଇଛି।
ଅଧିକ ପଢନ୍ତୁ: ସାଧାରଣତନ୍ତ୍ର ଦିବସ ପରେଡ୍ରେ ସାମିଲ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼