ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲା ବାରିପଦାରେ ଥିବା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ପରିସରରେ ଏସସି-ଏସଟି ହବ୍ କନକ୍ଲେଭ୍ ଓ ପିଏମ୍ ବିଶ୍ୱକର୍ମା ଜାତୀୟ କର୍ମଶାଳା ଆୟୋଜିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟନ କରିଛନ୍ତି । କେନ୍ଦ୍ର ଏମଏସଏମଇ ମନ୍ତ୍ରୀ ଜୀତନରାମ ମାଝୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ।
ଏହି କର୍ମଶାଳାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ମଧ୍ୟବିତ୍ତ ପରିବାର ପାଇଁ ଗୁରୁତ୍ୱପୂର୍ଣ୍ଣ ଦିନ ଅଟେ । କେନ୍ଦ୍ରମନ୍ତ୍ରୀ ଜୀତନରାମ ମାଝୀ ସ୍ୱତନ୍ତ୍ରଭାବେ ଓଡ଼ିଶାକୁ ଫୋକସ୍ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ସହିତ ଦେଖା କରିବା ପରେ ପ୍ରସ୍ତାବ ଦେଇଥିଲେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଏମଏସଏମଇ, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ଶିଳ୍ପମନ୍ତ୍ରୀ ସଂପଦ ଚନ୍ଦ୍ର ସ୍ଵାଇଁ ପ୍ରମୁଖ କର୍ମଶାଳାରେ ଯୋଗ ଦେଇଛନ୍ତି ।