ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଉପକୂଳରୁ ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ଲୋକେ ଡହଡହ ଖରାତାତିରେ ଛଟପଟ ହେଉଛନ୍ତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ୁଛି। ଗତ ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି।
ଖରାକୁ ଦୃଷ୍ଟିରେ ଦେଖି ଆସନ୍ତା ୩ ଦିନ ଯାଏ ରାଜ୍ୟର ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲିଠୁ ୨୦ ତାରିଖ ଯାଏଁ ରାଜ୍ୟ ସରକାର ସ୍କୁଲ ଛୁଟି ଘୋଷଣା କରିଛନ୍ତି ।
ପାଣିପାଗ ବିଭାଗରୁ ଜାରି ବୁଲେଟିନ ଅନୁସାରେ ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ଅନେକ ସ୍ଥାନର ତାପମାତ୍ରା ୩୪ ଡିଗ୍ରୀ ଟପିଛି । ସାଢ଼େ ୮ଟା ସୁଦ୍ଧା ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି।