ଖୋର୍ଦ୍ଧା ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଅସହ୍ୟ ଖରାକୁ ଦେଖି ୨୦ରୁ ୨୩ ପର୍ଯ୍ୟନ୍ତ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜ। ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ଜିଲ୍ଲାପାଳ କହିଛନ୍ତି। ଛାତ୍ରୀଛାତ୍ରଙ୍କ ସ୍ୱାସ୍ଥ୍ୟ ଏବଂ ନିରାପତ୍ତା ଆମ ପାଇଁ ପ୍ରାଥମିକତା। ପରବର୍ତ୍ତୀ ସମୟରେ ପାଣିପାଗ ସ୍ଥିତିକୁ ସମୀକ୍ଷା କରାଯାଇ ଆଗାମୀ ନିଷ୍ପତ୍ତି ନିଆଯିବ ବୋଲି ଜିଲାପାଳ କହିଛନ୍ତି। ଯଦି କୌଣସି ସ୍କୁଲ୍ ରେ ପରୀକ୍ଷା ଥାଏ ତାହା ଚାଲୁ ରହିବ ବୋଲି କହିଛନ୍ତି।
ସେହିପରି ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ନୂଆପଡା ଓ ଦେବଗଡ଼ ଜିଲ୍ଲାରେ ବି ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାରେ ୩ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତା ୨୦ରୁ ୨୨ ତାରିଖ ତିନି ଦିନ ପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି।
ପୂର୍ବରୁ ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ୫ ଜିଲ୍ଲାରେ ଛୁଟି ଘୋଷଣା କରାଯାଇ ସାରିଛି। ଶୁକ୍ରବାର ବଲାଙ୍ଗିର, ସୋନପୁର, କଳାହାଣ୍ଡି, ବୌଦ୍ଧ ଜିଲ୍ଲାରେ ଥିବା ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଥିଲେ ଜିଲ୍ଲାପାଳ।
ଅଧିକ ପଢନ୍ତୁ: ମୁଣ୍ଡ ଫଟା ଖରାରେ ଜଳୁଛି ଓଡ଼ିଶା; କାଲିଠୁ ସ୍କୁଲ-କଲେଜ ଛୁଟି, ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିଷ୍ପତ୍ତି