ସୁନ୍ଦରଗଡ଼ରେ ଆଜି ପୁଣି ୬ ନୂଆ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଗୋଟିଏ ଦିନରେ ପୁଣି ୭ ଆକ୍ରନ୍ତ ଚିହ୍ନଟ ହୋଇଥିଲେ । ଏପର୍ଯ୍ୟନ୍ତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଁଞ୍ଚିଛି। ଏହାର ପଜିଟିଭ ସଂଖ୍ୟା ଏବେ ସ୍ୱାସ୍ଥ୍ୟ ବିଭାଗ ଠାରୁ ଆରମ୍ଭ କରି ଲୋକମାନଙ୍କ ମଧ୍ୟରେ ଚିନ୍ତା ବଢାଇବାରେ ଲାଗିଛି । ତେବେ ସମଗ୍ର ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୨୦୦ ଟପି ସାରିଲାଣି । ରାଜ୍ୟର ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରେ ଏହି ସଂକ୍ରମଣ ବଢୁଛି । ଏହି ରୋଗର ନିରାକରଣ ପାଇଁ ଏହି ଦୁଇଟି ଜିଲ୍ଲାକୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଟିମ ପଠାଯାଇଛି । ସ୍କ୍ରବ୍ ଟାଇଫସ୍ ପାଇଁ ରାଉରକେଲା ସରକାରୀ ଡାକ୍ତରଖାନା ଏବଂ ସୁନ୍ଦରଗଡ ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ରରେ ପରୀକ୍ଷା କରାଯାଉଛି। ଏହି ରୋଗ ବିଷୟରେ ସଚେତନତା ପାଇଁ ସ୍ୱାସ୍ଥ୍ୟ ବିଭାଗ ସ୍ୱୀକୃତିପ୍ରାପ୍ତ ସାମାଜିକ ସ୍ୱାସ୍ଥ୍ୟ କାର୍ଯ୍ୟକର୍ତ୍ତା (ASHA) ଏବଂ ସହାୟକ ନର୍ସ ଏବଂ ସ୍ୱେଚ୍ଛାସେବୀମାନଙ୍କୁ ନିୟୋଜିତ କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ବୁର୍ଲା ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ପକ୍ଷରୁ ତିନିଜଣିଆ ଡାକ୍ତରୀ ଦଳ ପଠାଇ ପରିସ୍ଥିତି ଉପରେ ନଜର ରଖିବା ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି ।
ଅଧିକ ପଢନ୍ତୁ, ଗୋଟିଏ ଦିନରେ ଆଉ ୧୧ ପଜିଟିଭ୍ ଚିହ୍ନଟ