ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କ ପରଲୋକ । ଆଶୁତୋଷ ମିଶ୍ରଙ୍କ ହୃଦଘାତରେ ପରଲୋକ ଘଟିଛି । ଆଶୁତୋଷଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କ ବିୟୋଗ ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଦିବଙ୍ଗତ ଆତ୍ମାର ସଦ୍ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସେହିପରି ନବୀନ ପଟ୍ଟନାୟକ କହିଛନ୍ତି ଯେ ଦୀର୍ଘଦିନର ସାମ୍ବାଦିକତା ଜୀବନରେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇଛନ୍ତି।