ଭୁବନେଶ୍ବର: ସମୁଦ୍ର ଭିତରେ ଦ୍ରୁତ ଗତିରେ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ମୋନ୍ଥା। ଆସନ୍ତାକାଲି ରାତି ସୁଦ୍ଧା ଏହା ସ୍ଥଳଭାଗ ଛୁଇଁବା ବୋଲି ଆଶଙ୍କା କରାଯାଉଛି। ତେବେ ଓଡ଼ିଶାରେ ପହଞ୍ଚିଲା ବେଳକୁ ବାତ୍ୟା ଦୁର୍ବଳ ହୋଇଥିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।
ସେ କହିଛନ୍ତି, ଲ୍ୟାଣ୍ଡଫଲ ବେଳେ ଭୀଷଣ ବାତ୍ୟା, ଓଡ଼ିଶାରେ ପହଞ୍ଚିଲା ବେଳେ ଦୁର୍ବଳ ହୋଇଯିବ। ଦକ୍ଷିଣ ଓଡ଼ିଶା ଦେଇ ବାତ୍ୟା ଛତିଶଗଡ଼ ମୁହାଁ ହେବ। ଯାହାଫଳରେ ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ମୋନ୍ଥାର ପ୍ରଭାବ ପଡ଼ିବ, ଏବଂ ପ୍ରବଳ ବର୍ଷା ହେବ। ତେବେ ଓଡ଼ିଶାରେ ବାତ୍ୟା ଦୁର୍ବଳ ହେଉଥିବାରୁ ୬୦ରୁ ୭୦ କି.ମି. ପବନ ବହିବ। ୨୮ ରାତିରୁ ୨୯ ସକାଳ ଭିତରେ ବେଶୀ ପ୍ରଭାବ ରହିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।
ବାତ୍ୟା ମୋନ୍ଥା ବର୍ତ୍ତମାନ ଚେନ୍ନାଇଠାରୁ ୫୨୦ କିଲୋମିଟର ଦୂରରେ ଥିବାବେଳେ, କାକିନାଡ଼ାଠାରୁ ୫୭୦ କିଲୋମିଟର ଦୂରରେ ରହିଛି। ଗୋପାଳପୁରଠାରୁ ୬୦୦କିଲୋମିଟର ଦୂରରେ ଅଛି। ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ଏହା ସ୍ଥଳଭାଗ ଛୁଇଁବ। ବାତ୍ୟାର ଗତି ଧୀରେ ଧୀରେ ବଢ଼ି ବଢ଼ି ଯାଉଛି। ଅବପାତର ଗତି ଘଣ୍ଟା ପ୍ରତି ୧୮ କିମି ବେଗରେ ରହିଛି, ଗତି ଯେତେ ବଢିବ କ୍ଷତି ସେତେ କମିବ।