ଭୁବନେଶ୍ୱର: ପ୍ରଭୁ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଜୁନ ୪ ତାରିଖ ସକାଳୁ ୫ ତାରିଖ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଶୀତଳ ଷଷ୍ଠୀ ପାଇଁ ନୀତି ନିର୍ଘଣ୍ଟ ସ୍ଥିର କରିଛି ମନ୍ଦିର ପ୍ରଶାସନ । ଯାତ୍ରାକୁ ଶୃଙ୍ଖଳିତ ଓ ଯଥା ରୀତି ନୀତି ସହ ସମାପନ କରିବା ପାଇଁ ମନ୍ଦିର ପ୍ରଶାସକ ବିଭିନ୍ନ ନିଯୋଗ ସହ ଏକ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି ।
ଏହି ନୀତି ନିର୍ଘଣ୍ଟ ଅନୁଯାୟୀ ୩୦ ତାରିଖ ରାତି ୧୨.୫୦ରୁ ୩ଟା ମଧ୍ୟରେ ହସ୍ତଗଣ୍ଠି ପଡ଼ିବ। ଠାକୁର ରାତି ୧୦ଟା ୪୦ରୁ ୧୧.୩୦ ମଧ୍ୟରେ ବିମାନରେ ବିଜେ କରିବେ। ବିମାନରେ ବିଜେ କରି କେଦାରଗୌରୀ ମନ୍ଦିରରେ ପହଞ୍ଚିବେ। ରାତି ୧୨.୫୦ରୁ ୩ଟା ମଧ୍ୟରେ ହସ୍ତଗଣ୍ଠି ପଡ଼ିବ। ପଅରଦିନ ମନ୍ଦିର ଫେରିବେ ୩୧ ତାରିଖ ରାତି ୯.୩୦ରେ ମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ ବୋଲି ସୂଚନା ମିଳିଛି।
ଶୀତଳତାର ସଂକେତ ବହନ କରୁଥିବା ଶିବ ପାର୍ବତୀଙ୍କ ବିବାହ ଉତ୍ସବକୁ ‘ଶୀତଳ ଷଷ୍ଠୀ କୁହାଯାଏ। ମହାପ୍ରଭୁଙ୍କର ଚନ୍ଦନ ଯାତ୍ରାର ପରିସମାପ୍ତି ପରେ ପରେ ଶୀତଳ ଷଷ୍ଠୀ ବେଳକୁ ମେଘମହ୍ଲାର ଆକାଶର ଅପରୂପ ସୌନ୍ଦର୍ଯ୍ୟ ସାଙ୍ଗକୁ ଧରାପୃଷ୍ଠ ଶୀତଳ ପରିବେଶ ସୃଷ୍ଟି କରିଥାଏ। ଜ୍ୟେଷ୍ଠ ଶୁକ୍ଳ ପଞ୍ଚମୀ ତିଥିରେ ଶିବ ପାର୍ବତୀଙ୍କର ବିବାହ ଉତ୍ସବ ଏବଂ ତା’ପର ଦିନ ଆମ ଦୈନନ୍ଦିନ ଜୀବନରେ ଯେପରି ବିବାହ କାର୍ଯ୍ୟ ସମ୍ପାଦନ କରାଯାଏ, ଠିକ୍ ସେହିପରି ବୈଦିକ ରୀତିରେ ଶିବଙ୍କ ସହିତ ମାତା ସତୀଙ୍କ ବିବାହ ଅନୁଷ୍ଠିତ ହୋଇଥାଏ । ହିନ୍ଦୁ ରାତିନୀତି ଅନୁସାରେ ଜନ୍ୟା ଅନ୍ଵେଷଣ, ନିର୍ବନ୍ଧ, ବିବାହ ପାଇଁ ନିମନ୍ତ୍ରଣ ପତ୍ର ବଣ୍ଟନ, ମହା ଆଡ଼ମ୍ବରରେ ବରଯାତ୍ରୀ ଆଗମନ, ବୈଦିକ ରାତିରେ ବେଦିରେ ଦେବଦମ୍ପତିଙ୍କ ବିବାହ, କନ୍ୟା ପିତାମାତାଙ୍କ କନ୍ୟାଦାନ ଓ ଯାନିଯୌତୁକ ସହିତ କନ୍ୟା ବିଦାୟ ଆଦି କାର୍ଯ୍ୟ ସମ୍ପନ୍ନ କରାଯାଏ।