ଭୁବନେଶ୍ୱର : ଆସୁଛି ବଡ ଲଘୁଚାପ । ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସହିତ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି ।
ତେବେ ସମ୍ଭାବ୍ୟ ଲଘୁଚାପ ବର୍ଷା ପାଇଁ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ଏସଆରସି । ଅରେଞ୍ଜ ଓ ୟେଲୋ ଆଲର୍ଟ ଦିଆଯାଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ କୁହାଯାଇଛି । ଏହାସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ ରହିଛି । ଯଦି ବର୍ଷା, ବିଜୁଳି, ଘଡ଼ଘଡ଼ି କିମ୍ବା କୁଆପଥର ମାଡ଼ ଯୋଗୁ କ୍ଷୟକ୍ଷତି ଘଟିଲେ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।
ସେପଟେ ଆଜି ଓଡ଼ିଶାର ପ୍ରାୟ ୯ଟି ଜିଲ୍ଲାରେ ମଙ୍ଗଳବାର ଝଡ଼ବର୍ଷା ସହିତ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରିପୋର୍ଟ ଅନୁସାରେ, ବଲାଙ୍ଗୀର, ବାଲେଶ୍ଵର, ବରଗଡ଼, ଭଦ୍ରକ, ଜଗତସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡ଼ା, ନୂଆପଡ଼ା, ସମ୍ବଲପୁର ଏହିସବୁ ଜିଲ୍ଲାରେ ଆଗାମୀ ତିନି ଘଣ୍ଟା ମଧ୍ୟରେ ଝଡ଼ବର୍ଷା ସହ ପ୍ରବଳ ପବନ ବହିବାର ସମ୍ଭାବନା ରହିଛି ।