ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା କରାଯିବ। ବିଶେଷ କରି ରତ୍ନ ଅଳଙ୍କାର ଗଣତିମଣତି କେବେ ହେବ ତା' ଉପରେ ଆଲୋଚନା ହେବ।
ସେହିପରି ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଉପରେ ମଧ୍ୟ ହେବ ଆଲୋଚନା। ନାଟମଣ୍ଡପରେ ଦର୍ଶନ ପାଇଁ କାଠ ରାମ୍ପକୁ ଦେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ। ଶ୍ରୀମନ୍ଦିର ସୁରକ୍ଷା ନେଇ ମଧ୍ୟ ଆଲୋଚନା କରାଯିବ ବୋଲି ଜଣାପଡିଛି।
ଏହା ସହିତ ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବକମିଟିର ବିବରଣୀ ଉପରେ ମଧ୍ୟ ହେବ ଆଲୋଚନା। ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା କରାଯିବ। ଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ, ଶ୍ରୀମନ୍ଦିର ଆଦର୍ଶ ଗୁରୁକୂଳ ନିର୍ମାଣ, ରଘୁନନ୍ଦନ ଲାଇବ୍ରେରୀ ନିର୍ମାଣ, ଶ୍ରୀମନ୍ଦିର ସେବକ ବାସଗୃହ, ଶ୍ରୀମନ୍ଦିର ୭୫ ମିଟର ଜୋନ୍ ବାହାରେ ଅନ୍ନ କ୍ଷେତ୍ର ନିର୍ମାଣ, ହୋମଯଜ୍ଞ ପ୍ରକଳ୍ପ, ନାମଯଜ୍ଞ ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ପିଲଗ୍ରୀମ୍ ସେଣ୍ଟର କାର୍ଯ୍ୟର ଅଗ୍ରଗତି ଉପରେ ହେବ ଆଲୋଚନା। ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ଆଲୋଚନା କରାଯିବ ନେଇ ଜଣାପଡିଛି।
ଅଧିକ ପଢନ୍ତୁ: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏଚ୍ଡି କୁମାରସ୍ବାମୀ; ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ସଂପ୍ରସାରଣ ନେଇ ହେଲା ଆଲୋଚନା