ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସନ୍ଧ୍ୟା 5ଟାରେ କ୍ୟାବିନେଟ୍ ବୈଠକ ବସିବାର ସୂଚନା ରହିଛି ।
କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ସହିତ ମୋହର ବାଜିବାର ସମ୍ଭାବନା ରହିଛି । ବୈଠକରେ ବିଭାଗୀୟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ବିଭାଗୀୟ ସଚିବମାନେ ଉପସ୍ଥିତ ରହିବେ । ତେବେ କେଉଁ ବିଭାଗର ବୈଠକ ବସିବ ସେ ନେଇ କୌଣସି ଆନୁଷ୍ଠାନିକ ସୂଚନା ମିଳିପାରିନାହିଁ ।