ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ଇଦ୍-ଉଲ୍-ଜୁହା ନେଇ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୨୭ ତାରିଖ ନୁହେଁ ବରଂ ୨୮ ତାରିଖରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ମାଜିଷ୍ଟେରିଆଲ କୋର୍ଟ ବନ୍ଦ ରହିବ । ଆସନ୍ତା ୨୭ରେ ସରକାରୀ କାର୍ଯ୍ୟାଳୟ ଏବଂ ମାଜିଷ୍ଟେରିଆଲ କୋର୍ଟ ଖୋଲା ରହିବ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।