ଆଜି ପ୍ରବଳ ଛେଚିବ। ଆଜି ପାଇଁ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଦର୍ଶାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ଓ ଆସନ୍ତାକାଲି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ। ଆସନ୍ତା କାଲି ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Read More >