ଭୁବନେଶ୍ୱର: ରାସନ କାର୍ଡ ହିତାଧିକାରୀ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୃହର ବଡ଼ ସୂଚନା ଦେଇଛନ୍ତି । ଏକ ଲକ୍ଷ ୭୭ ହଜାର ୬୮ ମୃତ ହିତାଧିକାରୀ ଚିହ୍ନଟ ହୋଇଛନ୍ତି । କେୱାଇସି ପ୍ରକ୍ରିୟାରୁ ଚିହ୍ନଟ ପରେ ମୃତ ହିତାଧିକାରୀଙ୍କ ବାବଦରେ ଜଣାପଡିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
ଆଜି ଗୃହରେ ବିଧାୟକ ମାନସ କୁମାର ଦତ୍ତ ରାସନ କାର୍ଡ ସମ୍ପର୍କିତ ପଚାରିଥିବା ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୩ କୋଟି ୩୬ ଲକ୍ଷ ୩୫ ହଜାର ୯୧୮ଙ୍କ ମଧ୍ୟରୁ ଆଜିଯାଏଁ ୨ କୋଟି ୬୯ ଲକ୍ଷ ୨୩ ହଜାର ୮୩୦ ହିତାଧିକାରୀଙ୍କ କେୱାଇସି ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି । ଏବେ ବି ୬ ଲକ୍ଷ ୧୯ ହଜାର ୮୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଅଛନ୍ତି । ତେବେ ଭୂତ ହିତାଧିକାରୀଙ୍କ ବାବଦରେ ଜଣାପଡିବା ପରେ ପୁରା ତାଲିକାରେ ସଂଶୋଧନ କରାଯିବ । ଭୂତ ହିତାଧିକାରୀଙ୍କ ନାଁକୁ ତାଲିକାରୁ ହଟାଯାଇ ଯେତିକି ସ୍ଥାନ ଖାଲି ହେବ ସେଠାରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ ଏବଂ ସେମାନଙ୍କୁ ଯଥାଶୀଘ୍ର ରାସନ ଯୋଗାଇଦେବାର ବନ୍ଦୋବସ୍ତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।