ଝାରସୁଗୁଡା ରେଳ ଷ୍ଟେସନରେ ଅଘଟଣ। ସୋମବାର ସକାଳୁ ଚଳନ୍ତା ଟ୍ରେନରେ ଚଢ଼ିବା ବେଳେ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଗୁରୁଜୀ ଭାବେ କାମ କରୁଥିବା ଛତିଶଗଡ଼ ରାୟପୁରର ୬୫ ବର୍ଷୀୟ ବି.ଶିବଶଙ୍କର। ସୂଚନା ପାଇ ଜିଆରପି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ଜବତ କରିବା ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି।
ସୂଚନା ଅନୁସାରେ, ଶିବଶଙ୍କର ଆଜି ସକାଳ ସାଢେ ୭ଟା ବେଳେ ଜ୍ଞାନେଶ୍ବରୀ ଏକ୍ସପ୍ରେସରେ ଚଢ଼ିବାକୁ ଯାଉଥିବା ବେଳେ ଟ୍ରେନଟି ଛାଡ଼ି ଦେଇଥିଲା। ଫଳରେ ଶିବଶଙ୍କରଙ୍କର ଗୋଡ଼ ଖସି ଯାଇଥିଲା ଓ ସେ ତଳକୁ ଗଳି ପଡ଼ିଥିଲେ। ପ୍ଲାଟଫର୍ମରେ ଥିବା ଲୋକମାନେ ତୁରନ୍ତ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ ହେଲେ ସେତେବେଳକୁ ସେ ଟ୍ରେନ ତଳକୁ ଗଳି ପଡ଼ିଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଖବର ପାଇ ଜିଆରପି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।
ଅଧିକ ପଢନ୍ତୁ: ଗତ ବର୍ଷ ଜୁଲାଇ ଏ ପର୍ଯ୍ୟନ୍ତ ୯ ଜେଲରୁ ୧୩ କଏଦୀ ଫେରାର : ମୁଖ୍ୟମନ୍ତ୍ରୀ