ବରରଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ମଣ୍ଡୋସିଲ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗାଁ ରାସ୍ତାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣଙ୍କ ସ୍ଥାନୟ ଅଂଚଳର ପିଙ୍କୁ ସାହୁ ବୋଲି ଜଣାପଡିଛି । ସୂଚନା ଅନୁସାରେ ଆଜି ସକାଳେ ଗାଁ ରାସ୍ତାରେ ପିଙ୍କୁର ମୃତଦେହ ପଡିଥିବାର ଗାଁଲୋକେ ଦେଖିଥିଲେ । ପରେ ପୋଲିସକୁ ଏନେଇ ଖବର ଦେଇଥିଲେ । ପାଇକମାଳ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ନୂଆପଜା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ଜଣାପଡିଛି ।
ତେବେ ବିଳମ୍ବିତ ରାତିରେ ପିଙ୍କୁଙ୍କୁ କେହି ହତ୍ୟାକରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଥିବା ବେଳେ ପୋଲିସ ଘଟଣା ସ୍ଥଳରେ ଅଧିକ ତଦନ୍ତ ଜାରି ରଖିଛି ।