ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ବର୍ଷା ଜାରି ରହିବ । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୧୮ ଓ ୧୯ ତାରିଖ ପାଇଁ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୮ରେ ମାଲକାନଗିରି, କୋରାପୁଟ ଓ ଆସନ୍ତା ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୧୮ ଓ ୧୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି। ଆସନ୍ତାକାଲି ଓ ସୋମବାର ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।