ଭୁବନେଶ୍ୱର : ଆସୁଛି ବଡ ଲଘୁଚାପ । ୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହି ଲଘୁଚାପ ପରବର୍ତ୍ତୀ ୨ ଦିନରେ ଅଧିକ ଘନୀଭୂତ ହେବ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୭ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଶନିବାର ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଅଧିକ ବର୍ଷା ସମ୍ଭାବନା ରହିଥିବା ବେଳେ ରବିବାର ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡ଼ା ଓ ସମ୍ବଲପୁରରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବୋହିପାରେ ।
୨୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି ଓ କନ୍ଧମାଳରେ ଘଡ଼ଘଡ଼ି ଓ ବର୍ଷା ସହିତ ୨୭ ତାରିଖରେ କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ଅଛି। ୨୮ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡିରେ ଅଧିକ ବର୍ଷା ସହ ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହିତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।