ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ହେବ କାଳବୈଶାଖୀ ଯୋଗୁଁ ତାପମାତ୍ରା କମିଛି । ଶୁକ୍ରବାର ରାଜ୍ୟ ତମାମ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ତଳେ ଥିଲା । ପାଣିପାଗ ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ କାଳବୈଶାଖୀ ପ୍ରଭାବ ଜାରି ରହିବ । ୬ ତାରିଖ ପର୍ଯ୍ୟନ୍ତ ବିସ୍ତୃତ ଅଞ୍ଚଳରେ ବର୍ଷା, ପବନ ସମ୍ଭାବନା ରହିଛି । ମାତ୍ର ଆସନ୍ତା ୪ ଦିନ ପରେ କାଳବୈଶାଖୀ ପ୍ରଭାବ କମିବା ସହ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବା ସମ୍ଭାବନା ରହିଛି । ୮ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଙ୍ଗ ଜାରି କରାଯାଇଥିବାବେଳେ ୨୨ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରାଯାଇଛି।
ଶୁକ୍ରବାର ବଲାଙ୍ଗିର ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍ ଥିବା ବେଳେ ଝାରସୁଗୁଡ଼ା ୩୮.୪, ସମ୍ବଲପୁର ୩୭.୭, ସୁନ୍ଦରଗଡ଼ ୩୭.୬, ସୋନପୁର ୩୭.୫, ଟିଟିଲାଗଡ଼ ୩୭, ଭବାନୀପାଟଣା ୩୭ ଡିଗ୍ରୀ ସେଲସିୟସ୍ ଥିଲା । ଖୋର୍ଦ୍ଧା ୩୬.୫ ଡିଗ୍ରୀ , ଜଗତସିଂହପୁରରେ ୩୫.୫, ଭୁବନେଶ୍ୱରରେ ୩୫.୨ ଓ କଟକରେ ୩୪.୬ ଡିଗ୍ରୀ ରହିଥିଲା ଏବଂ ଗୁଳୁଗୁଳି ଅଧିକ ଥିଲା ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଜପତି, ଗଞ୍ଜାମରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା, ୫୦-୬୦ କିମି ପବନ, କୁଆପଥର, ଧୂଳିଝଡ଼ ସହ ବଜ୍ରପାତ ଆଶଙ୍କା ରହିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ରାୟଗଡ଼ା, କୋରାପୁଟ, କନ୍ଧମାଳ, ଅନୁଗୁଳ, ନୟାଗଡ଼ ଓ ଢେଙ୍କାନାଳରେ ବର୍ଷା, ବଜ୍ରପାତ ସହ ୪୦-୫୦ କିମି ବେଗରେ ପବନ ମାଡ଼ ହୋଇପାରେ । କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରିରେ ବଜ୍ରପାତ, ୩୦-୪୦ କିମି ପବନ, ଧୂଳିଝଡ଼ ହୋଇପାର । ଆସନ୍ତା ୬ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ଆଶଙ୍କା ରହିଛି ।