ପୁରୀ: ଆସନ୍ତାକାଲି ବା ଗୁରୁବାର ଆଶ୍ୱିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ରାତି ୧୦ଟା ପରେ ସମସ୍ତ ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ। ଏହି ସମୟରେ ଶ୍ରଦ୍ଧାଳୁମାନେ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ କରିପାରିବେ ।
ବନକଲାଗି ନୀତି ଶ୍ରୀଜୀଉଙ୍କ ଏକ ଗୁପ୍ତନୀତି । ସେଥିପାଇଁ ଏହି ନୀତି ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ସମ୍ପନ୍ନ କରାଯାଏ। ଦତ୍ତମହାପାତ୍ର ସେବକମାନଙ୍କ ଦ୍ୱାରା ଶ୍ରୀ ମୁଖସିଂହାର କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ କର୍ପୁର, ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି ।