ଅନୁଗୁଳ: ଆଜି ସକାଳୁ ସକାଳୁ ଅନୁଗୁଳ ସଦର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହେବା ସହିତ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁସାରେ, ସାକସିଂହା ନିକଟରେ ଦୁଇ ବାଇକର ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ୩ ଜଣ ଗୁରୁତର ଆହତ ହୋଇଥିଲେ । ତୁରନ୍ତ ୩ ଜଣଙ୍କୁ ଉଦ୍ଧାର କରାଯାଇ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଜଣଙ୍କର ମୃତ୍ୟୁ ହେବା ସହିତ ଚିକିତ୍ସିତ ଅବସ୍ଥାରେ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ଆହତ ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ଏ ପର୍ଯ୍ୟନ୍ତ ମୃତକ ଦ୍ବୟ ଓ ଆହତଙ୍କର କୌଣସି ପରିଚୟ ମିଳିନାହିଁ ।
ଏନେଇ ଅନୁଗୁଳ ସଦର ଥାନା ପୋଲିସକୁ ଖବର ଦିଆଯାଇଥିଲା । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି ।