ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଫଳରେ ଏକାଧିକ ବ୍ୟକ୍ତି ଆହତ ହୋଇଛନ୍ତି । ଏପରି ଏକ ଘଟଣା ଗଞ୍ଜାମ ଜିଲ୍ଲା ପାତିସୋନପୁରରେ ଘଟିଛି । ଏହି ଘଟଣା ସ୍ଥାନୀୟବାସୀଙ୍କୁ ଭୟଭୀତ କରିଛି ।
ସୂଚନା ଅନୁସାରେ, କୌଣସି କଥାକୁ ନେଇ ପାତିସୋନପୁରରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ଯାହା ଧୀରେ ଧୀରେ ଉଗ୍ରରୂପ ଧାରଣ କରି ମାଡ଼ଗୋଳରେ ପରିଣତ ହୋଇଯାଇଥିଲା । ଯାହାଫଳରେ ଏକାଧିକ ବ୍ୟକ୍ତି ଆହତ ହୋଇଯାଇଥିଲେ । ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣା ପରେ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି । ଠାକୁରାଣୀ ଯାତ୍ରାକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା କୁହାଯାଉଥିଲେ ମଧ୍ୟ ତାହା ସ୍ପଷ୍ଟ ହୋଇନାହିଁ । ଗାଁରେ ସୁରକ୍ଷାକୁ ଦୃଷ୍ଟିରେ ରଖି ୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କୁ ଘଟଣା ସମ୍ପର୍କରେ ପଚରାଉଚରା କରୁଛି ।