ଭୁବନେଶ୍ୱର: ଆସୁଛି ଦୁଇଟି ଲଘୁଚାପ । ଫଳରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟେ ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଅନ୍ୟ ଏକ ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।
ରାଜ୍ୟରେ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି । ଆଜି ପାଇଁ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାକୁ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାକୁ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଲଘୁଚାପ ଜନିତ ବର୍ଷାରେ ବେହାଲ ହେବ ରାଜ୍ୟ। ଗତ କିଛି ଦିନ ହେବ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ତୁହାକୁ ତୁହା ବର୍ଷାରେ ସାରା ରାଜ୍ୟ ଭିଜିବାରେ ଲାଗିଛି ।