ଭୁବନେଶ୍ୱର: ରାଜଧାନୀରେ ଜଣେ ଅଜଣା ଯୁବକଙ୍କୁ ବୀଭତ୍ସ ହତ୍ୟା କରାଯାଇଛି । ଚନ୍ଦ୍ରଶେଖରପୁର ଅଞ୍ଚଳରେ ଏପରି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ହତ୍ୟାକାଣ୍ଡ ପରେ କମିସନରେଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।
ସୂଚନା ଅନୁସାରେ, ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଜଣେ ଅଜଣା ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି । ଏହି ହତ୍ୟାକାଣ୍ଡ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇଦେଇଛି । ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥାଳରେ କମିସନରେଟ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଯୁବକଙ୍କ ପରିଚୟ ଏ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବାବେଳେ ବୟସ ପ୍ରାୟ ୨୫ବର୍ଷ ହେବ ବୋଲି ଅନୁମାନ କରାଯାଉଛି। କିଏ ଓ କାହିଁକି ଯୁବକଙ୍କୁ ହତ୍ୟା କରିଛି ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ପୋଲିସ ଏନେଇ ତନାଘନା ତଦନ୍ତ କରୁଛି ।