କଟକ: ନିଲମ୍ବିତ ହେଲେ କଟକ ସିଆରଆରଆଇ ଥାନା ଅଧିକାରୀ ବିଜୟ କୁମାର ବାରିକ। ୪୦ ହଜାର ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଆଜି ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ ଡିଜି ୱାଇ.ବି ଖୁରାନିଆ। ଲାଞ୍ଚ କାରବାରରେ ସଂପୃକ୍ତ ପରେ ତାଙ୍କ ବିରୁଦ୍ଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।
ନିଲମ୍ବନ ସମୟରେ ପୋଲିସ କମିଶନରଙ୍କ ଶୃଙ୍ଖଳାଗତ ନିୟନ୍ତ୍ରଣରେ ରହିବେ ବିଜୟ। ଓଡିଶା ପୋଲିସ ରାଜ୍ୟ ମୁଖ୍ୟାଳୟ ଦ୍ୱାରା ଜାରି ଏକ ପ୍ରେସ୍ ବିଜ୍ଞପ୍ତି ଅନୁଯାୟୀ, ଡିଜିପି ବାରିକଙ୍କୁ ତୁରନ୍ତ ପ୍ରଭାବରୁ ନିଲମ୍ବିତ କରିଛନ୍ତି ଏବଂ ନିର୍ଦ୍ଦେଶ ଦେଇଛନ୍ତି ଯେ ସେ ତାଙ୍କ ନିଲମ୍ବନ ଅବଧି ମଧ୍ୟରେ ଭୁବନେଶ୍ୱର-କଟକ ପୋଲିସ କମିଶନରଙ୍କ ଶୃଙ୍ଖଳାଗତ ନିୟନ୍ତ୍ରଣରେ ରହିବେ।
ଗତକାଲି ଜଣେ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀଠାରୁ ଲାଞ୍ଚ ନେବା ବେଳେ ଭୁବନେଶ୍ୱର ରାଜମହଲ ଛକରୁ ବିଜୟ ବାରିକଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ଅଭିଯୁକ୍ତ ଶ୍ରୀ ବାରିକଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହାପରେ ଶ୍ରୀ ବାରିକଙ୍କ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଏନେଇ ଅଭିଯୁକ୍ତ ବିଜୟ ବାରିକଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇଛି। ଭୁବନେଶ୍ୱରର ୟୁନିଟ୍ ୧ ସ୍ଥିତ ବିଜୟ କୁମାର ବାରିକଙ୍କ ସରକାରୀ କ୍ୱାର୍ଟରରେ ଚଢ଼ାଉ ସମୟରେ ପ୍ରାୟ ୫ ଲକ୍ଷ ଟଙ୍କା ଜବତ ହୋଇଛି।ଅଧିକ ପଢନ୍ତୁ: ଲାଞ୍ଚ ନେଇ ଫସିଗଲେ ଥାନାବାବୁ; କଟକ ସିଆରଆରଆଇ ଥାନା ଆଇଆଇସିଙ୍କୁ ଗିରଫ କଲା ଭିଜିଲାନ୍ସ