ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଚାଲିଥିବା ବେଳେ ଘଟଣାକୁ ନିନ୍ଦା କରିଛନ୍ତି ପଶ୍ଚିମବଙ୍ଗର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ। ସେ କହିଛନ୍ତି ବଳକା ନବକଳେବର ଦାରୁ ବ୍ୟବହାର ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ୍। ଏବେ ଏହି ପ୍ରସଙ୍ଗକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେବା ପରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘଟଣାର ତଦନ୍ତ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଯାହାକୁ ସ୍ୱାଗତ କରି ଟୁଇଟ୍ କରି ସମର୍ଥନ ଜଣାଇଛନ୍ତି ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ। ସେ କହିଛନ୍ତି ପଶ୍ଚିମବଙ୍ଗ ସରକାର ନିମ୍ନ ସ୍ତରକୁ ଖସିଯାଇଛନ୍ତି। ସରକାରଙ୍କ ଦୋମୁହାଁ ନୀତିର ପର୍ଦ୍ଦାଫାଶ ହେବା ଆବଶ୍ୟକ ବୋଲି କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ ଭାବେ ଉପସ୍ଥାପନ କରି ଭକ୍ତଙ୍କ ଭମ୍ରିତ କରିବାକୁ ମମତା ସରକାର ଏଭଳି କରିଛନ୍ତି । ଭାରତ ଏବଂ ବିଶ୍ବର ଅନେକ ସ୍ଥାନରେ ଜଗନ୍ନାଥଙ୍କ ମନ୍ଦିର ରହିଛି, ସେଗୁଡ଼ିକ ଧାମ ନୁହନ୍ତି। କିନ୍ତୁ ପଶ୍ଚିମବଙ୍ଗରେ କରାଯାଇଥିବା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମରେ ନାମିତ କରାଯାିଛି। ଏକ ନୂଆ ଢାଞ୍ଚା ନିର୍ମାଣ କରି ଏହାକୁ ଧାମ ଭାବେ ନାମିତ କରାଯାଇପାରିବ ନାହିଁ ବୋଲି ଶୁଭେନ୍ଦୁ ଅଧିକାରୀ କହିଛନ୍ତି। ଏଥିସହ ରାମକୃଷ୍ଣ ଦାସମହାପାତ୍ରଙ୍କ ଭୂମିକା ଉପରେ ବିଚାର କରିବା ଆବଶ୍ୟକ। ତାଙ୍କ କାର୍ଯ୍ୟ ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ଆଣିଛି। ପଦବୀର ଅପବ୍ୟବହାର କରି ଭକ୍ତଙ୍କ ବିଶ୍ବାସକୁ କ୍ଷୁର୍ଣ୍ଣ କରିଛନ୍ତି ବୋଲି ଶୁଭେନ୍ଦୁ କହିଛନ୍ତି।