ଭୁବନେଶ୍ଵର: ରଥଯାତ୍ରା ଦଳାଚକଟା ରିପୋର୍ଟ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆମେ କୌଣସି ରିପୋର୍ଟ ଚାପିବୁ ନାହିଁ। ଖୁବ୍ ଶୀଘ୍ର ଏହି ରିପୋର୍ଟ ପ୍ରକାଶ କରାଯିବ। ଉନ୍ନୟନ କମିସନର ଅନୁଗର୍ଗ ଏନେଇ ରିପୋର୍ଟ ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ଖୁବଶୀଘ୍ର ପଦକ୍ଷେପ ନେବେ । ପୂର୍ବ ସରକାରରେ ୨୩ଟି ରିପୋର୍ଟ ଚାପିଥିଲେ । ଆମେ ସେହି ଧାରାରେ ଯିବୁ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।
ଏହା ସହିତ ଧାଡ଼ି ଦର୍ଶନ ନେଇ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ । ଶ୍ରୀମନ୍ଦିର ହୁଣ୍ଡି ସ୍ଥାନାନ୍ତର ପରେ ଆରମ୍ଭ ହେବ ଧାଡି ଦର୍ଶନ। ବୁଧବାର ବସିଥିବା ଶ୍ରୀମନ୍ଦିର ପରିଚାଳନା ବୈଠକରେ ଏନେଇ ଆଲୋଚନା ହୋଇଛି । ଏ ନେଇ ପରିଚାଳନା କମିଟି ସରକାରଙ୍କୁ ପ୍ରସ୍ତାବ ଦେବେ । ଏହା ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ହୁଣ୍ଡି ସ୍ଥାନାନ୍ତର ହେବ । ସେପ୍ଟେମ୍ବର ୧୫ ସୁଦ୍ଧା ସବୁ ପ୍ରକ୍ରିୟା ସାରି ଧାଡି ଦର୍ଶନ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।