ଭୁବନନେଶ୍ୱର: ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଛି ସପ୍ତଦଶ ବିଧାନସଭାର ଦ୍ୱିତୀୟ ତଥା ଶୀତକାଳୀନ ଅଧିବେଶନ । ଏହି ଅଧିବେଶନ ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ । ଚଳିତ ଶୀତ ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି । ଡିସେମ୍ବର ୧, ୮, ୧୫, ୨୨ ଏବଂ ୨୯ ରବିବାର ପଡ଼ୁଥିବାରୁ ଏହି ଦିନମାନଙ୍କରେ ଗୃହ କାର୍ଯ୍ୟ ବନ୍ଦ ରହିବ । ସେହିପରି ବଡ଼ ଦିନ ପାଇଁ ଡିସେମ୍ବର ୨୫ ମଧ୍ୟ ଛୁଟି ରହିବ ।
ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ । ଏହା ସହିତ ସରକାର ବିଭିନ୍ନ ବିଲ ଆଗତ କରିପାରନ୍ତି । ସେଥିପାଇଁ ଏହା ଉପରେ ଜନସାଧାରଣଙ୍କର ନଜର ରହିଛି ।
ଅନ୍ୟପକ୍ଷରେ ଗୃହ ବେଶ ସରଗରମ ହେବାର ସମ୍ଭାବନା ରହିଛି । ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବେ ବିରୋଧୀ । ବିଶେଷ କରି ଆମ୍ବ ଟାକୁଆ ମୃତ୍ୟୁ, ଗନ୍ଧମାର୍ଦ୍ଦନ ପର୍ବତ, ଆଦାନୀ ଏବଂ ଆଇନ ଶୃଙ୍ଖଳା ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରୁଛନ୍ତି ବିରୋଧୀ ବିଜେଡ଼ି ଓ କଂଗ୍ରେସ । ସେପଟେ ବିରୋଧୀକୁ ଉଚିତ ଉତ୍ତର ଦେବାକୁ ସରକାର ମଧ୍ୟ ପ୍ରସ୍ତୁତ ଅଛନ୍ତି । ତେବେ ବିଜେପି ପ୍ରଥମ ଥର ପାଇଁ ସରକାରକୁ ଆସିବା ପରେ ଏହା ଦ୍ୱିତୀୟ ବିଧାନସଭା ଅଧିବେଶନ ହେବ ।
ଏଠାରେ ଉଲ୍ଲେଖ ଯୋଗ୍ୟ, ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜୁଲାଇ ୨୨ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୩୧ ତାରିଖ ଯାଏ ଚାଲିଥିଲା । ଅଗଷ୍ଟ ୨୦ରୁ ଆରମ୍ଭ ହୋଇଥିବା ଦ୍ଵିତୀୟ ପର୍ଯ୍ୟାୟରେ ସେପ୍ଟେମ୍ବର ୧୧ ତାରିଖରେ ଶେଷ ହୋଇଥିଲା । ଏହି ଅଧିବେଶନରେ ମୋହନ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଥିଲେ । ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ୍ ଆଣିଥିଲେ ସରକାର ।