ପୁରୀ: ପୁରୀ ଅଠରନଳା ନିକଟରେ ଥିବା ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ଯାହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଛି । ତେବେ ଚିକିତ୍ସାରେ ଅବହେଳା ନେଇ ରୋଗୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।
ସୂଚନା ଅନୁସାରେ, ପୁରୀ ଅଠରନଳା ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଏକ ମହିଳା ରୋଗୀ ଭର୍ତ୍ତି ହୋଇଥିଲେ । ହେଲେ ପରବର୍ତ୍ତୀ ସମୟରେ ସେହି ରୋଗୀଙ୍କର ମୃତ୍ୟୁ ହୋଇଯାଇଥିଲା । ତେବେ ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ନେଇ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଥିଲେ ରୋଗୀଙ୍କ ପରିବାର । ଯାହାକୁ ନେଇ ତୁରନ୍ତ ପରିବାରକୁ ନ୍ୟାୟ ଦାବିରେ ଉତ୍ୟକ୍ତ ଲୋକଙ୍କ ପକ୍ଷରୁ ରାସ୍ତାରୋକ କରାଯାଇଛି । ଘଟଣାସ୍ଥଳରେ ଅନେକ ଗାଡ଼ିମୋଟର ଅଟକି ରହିଥିବା ଦେଖିବାକୁ ମିଳିଛି ।