ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବିଜେପିର ସେବା ପକ୍ଷ ପାଳନ ହେବ । ଏନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟରେ କର୍ମଶାଳା ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ ସିଂ ତୋମାର ଓ ସେବା ପକ୍ଷ ପର୍ଯ୍ୟବେକ୍ଷକ ଅରବିନ୍ଦ ମେନନ ଉପସ୍ଥିତ ରହିଥିଲେ । ସେବା ପକ୍ଷରେ ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯାଇ କାର୍ଯ୍ୟକାରୀ କରାଯିବ ।
ସ୍ୱଚ୍ଛତା ଅଭିଯାନ, ରକ୍ତଦାନ ଶିବିର, ସ୍ୱାସ୍ଥ୍ୟ ଶିବିର, ପ୍ରଧାନମନ୍ତ୍ରୀଙ୍କ ଜୀବନ ଆଧାରିତ ଫଟୋ ପ୍ରଦର୍ଶନୀ ଓ ପୁସ୍ତକ ବଣ୍ଟନ ଇତ୍ୟାଦି ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବ । ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ବିଜେପି ପକ୍ଷରୁ ଏପରି କାର୍ଯ୍ୟକ୍ରମ କରାଯାଉଛି । ସେବା ପକ୍ଷ ମାଧ୍ୟମରେ ଜନତାଙ୍କ ହିତ ପାଇଁ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯିବ ।