ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ିଏବଂ ବର୍ଷା ନେଇ ରାଜ୍ୟର ୯ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ହଳଦିଆ ସଙ୍କେତ ଜାରି କରିଛି ।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଗରେ ପରିବର୍ତ୍ତନ ହେବ । ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ । ସେଥିପାଇଁ ଉତ୍ତର ଓଡ଼ିଶାର ୩ ଏବଂ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ପବନ ସମୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆସନ୍ତା ୨୦ ତାରିଖ ଦିନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।
ଆସନ୍ତା ୩ରୁ ୪ ଦିନ ପର୍ୟ୍ୟନ୍ତ ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଏହା ପରେ ପାରଦ ସାମନ୍ୟ ତଳକୁ ଖସିବ । ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି ।