ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
Khabar Odisha:Lord-jagannath-Banaka-Lagi-Ritual-will-be-performed-in-jagannath-temple-in-puri
ଖବର ଓଡିଶା : 08/02/2023

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହାଦ୍ବାରା ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ବନକଲାଗି ନୀତି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୬  ଟା ରୁ ରାତ୍ର ୧୦ ଘଟିକା ପର୍ଯ୍ଯନ୍ତ ପ୍ରାୟ ଚାରିଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯିବା ପରେ ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ । 

Subscribe

National International State Sports Entertainment