ନାପୋଲି ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ସ୍ୱର୍ଣ୍ଣ ହାସଲ କଲେ ଦୂତୀ, ରାଷ୍ଟ୍ରପତି ଜଣାଇଲେ ଶୁଭେଚ୍ଛା
Khabar Odisha:dutee-bags-gold-in-napoli-30th-university-championship
ଭୁବନେଶ୍ୱର, ଜୁଲାଇ ୧୦ (ଖବର ଓଡ଼ିଶା):

ଇଟାଲୀର ନାପୋଲିରେ ଚାଲିଥିବା ୩୦ତମ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଓଡ଼ିଆ ଧାବିକା ଦୂତୀ ଚାନ୍ଦ ପୁଣି ଏକ ସଫଳତା ସାଉଁଟିଛନ୍ତି । ସେଠାରେ ଚାଲିଥିବା କ୍ରୀଡ଼ାରେ ଦୂତି ୧୦୦ ମିଟର ଦୌଡ଼ରେ ପ୍ରଥମ ସ୍ଥାନ ହାସଲ କରି ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଏହା ସହିତ ଦୂତି ଇତିହାସ ମଧ୍ୟ ରଚିଛନ୍ତି । ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ୧୦୦ ମିଟରରେ ସ୍ୱର୍ଣ୍ଣ ପଦକ ହାସଲ କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ।

ଦୂତୀ ୧୧.୩୨ ସେକେଣ୍ଡରେ ୧୦୦ ମିଟର ଅତିକ୍ରମ କରିଥିଲେ । ଏହି ଦୂରତାକୁ ୧୧.୩୩ ସେକେଣ୍ଡରେ ଅତିକ୍ରମ କରି ସ୍ୱିଜରଲ୍ୟାଣ୍ଡର ଆଜ୍‌ଲା ଡେଲ୍ ପୋଣ୍ଟେକୁ ପଛରେ ପକାଇଥିଲେ । ପୋଣ୍ଟେ ଦ୍ୱିତୀୟ ସ୍ଥାନରେ ରହି ରୌପ୍ୟ ପଦକ ହାସଲ କରିଥିଲେ । ଦୂତୀ ସେମି ଫାଇନାଲ୍‌ରେ ୧୧.୪୧ ସେକେଣ୍ଡରେ ୧୦୦ ମିଟର ଦୂରତା ଅତିକ୍ରମ କରି ଫାଇନାଲ୍ ରାଉଣ୍ଡରେ ପ୍ରବେଶ କରିଥିଲେ । ଚଳିତ ସଂସ୍କରଣରେ ଏହା ହେଉଛି ଭାରତର ପ୍ରଥମ ସ୍ୱର୍ଣ୍ଣ ପଦକ । 

ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଟ୍ୱିଟ୍ କରି ଦୂତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି କହିଛନ୍ତି, ଏହା ଦେଶ ପାଇଁ ବହୁତ ଗର୍ବର କଥା । ଏହିଭଳି ଉଭ୍ୟମ ଜାରି ରଖ ଓ ଅଲିମ୍ପିକ୍ସରେ ଏହି ସଫଳତାକୁ ଦୋହରାଇବାକୁ ଲକ୍ଷ୍ୟ ରଖ ବୋଲି ପରାମର୍ଶ ଦେଇଛନ୍ତି ।

  • Tags:

Subscribe

National International State Sports Entertainment