Home >
ଗତ ୨୪ ଘଣ୍ଟାରେ ୬ ଜଣଙ୍କ ମୁଣ୍ଡ ନେଲା କରୋନା ମହାମାରୀ
Khabar Odisha:6-Covid-death-in-odisha
ଭୁବନେଶ୍ୱର, ଅକ୍ଟୋବର ୧୪(ଖବର ଓଡିଶା):

ରାଜ୍ୟରେ ପାର୍ବଣ ଋତୁରେ ସକ୍ରମଣ ମାମଲା ବୃଦ୍ଧି ହେବାରେ ଲାଗିଛି । ଗତକାଲି କୋଭିଡ ପଜିଟିଭ ସଂଖ୍ୟା ବୃଦ୍ଧି ହୋଇଥିବା ବେଳେ ଆଜି ସଂକ୍ରମଣ ମାମଲାରେ ସାମାନ୍ୟ ହ୍ରାସ ହୋଇଛି । ଗତ ୨୪ ଘଣ୍ଟାରେ ୫୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ୬ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । 

ତେବେ ଆଜି ୪ଟି ଜିଲ୍ଲାରୁ ୬ ଜଣଙ୍କ ମୁଣ୍ଡ ନେଇଛି କରୋନା ମାହାମାରୀ । ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, କଟକ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । 

ସୂଚନା ଅନୁସାରେ, ବର୍ତ୍ତମାନ ରାଜ୍ୟରେ ମୋଟ ୧୦୩୩୮୦୯ ଜଣ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୩୧୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୦୧୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ୨୦୮୯୨୨୯୭ ସାମ୍ପୁଲ ଟେଷ୍ଟ ହୋଇଛି ।

  • Tags:

Subscribe

National International State Sports Entertainment