Home >
ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୭ ଜଣ କରୋନା ପଜିଟିଭ୍‌
Khabar Odisha:7-covid-positive-in-odisha
ଭୁବନେଶ୍ୱର, ମେ ୧୬(ଖବର ଓଡିଶା):

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୧୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । 

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍ ବୟସ ମଧ୍ୟରେ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୦୦୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୪୨୮୧୦ସାମ୍ପୁଲ ଟେଷ୍ଟ୍ ହୋଇଛି ।  

  • Tags:

Subscribe

National International State Sports Entertainment