ମୋହନା: ଗଜପତି ଜିଲ୍ଲା ମୋହନା ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି । ମହୁମାଛି ଆକ୍ରମଣରେ ୭ରୁ ଊର୍ଦ୍ଧ୍ବ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରାଯାଇ ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁସାରେ, ମୋହନା ବ୍ଲକ ଚନ୍ଦ୍ରଗିରି ସ୍ଥିତ ଶିବ ମନ୍ଦିର ପରିସରରେ ଶ୍ରଦ୍ଧାଳୁମାନେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ। ଶ୍ରଦ୍ଧାଳୁମାନେ ପୂଜା କରୁଥିବା ସମୟରେ ମହୁମାଛି ଆସି ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୭ରୁ ଊର୍ଦ୍ଧ୍ବ ଶ୍ରଦ୍ଧାଳୁ ଆହତ ହୋଇଥିଲେ । ଆହତ ଶ୍ରଦ୍ଧାଳୁଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ୱାଭାବିକ ଥିବା ଜଣାପଡିଛି ।