କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଯୋର୍ ନିକଟରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ଟ୍ରକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିଥିଲା ।
ସୂଚନା ଅନୁସାରେ, ମଙ୍ଗଳବାର ସକାଳେ ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଯୋର୍ ନିକଟରେ ଜଣେ ବୃଦ୍ଧ ବସିଥିବା ସମୟରେ ପଛପଟୁ ଏକ ଟ୍ରକ ଆସି ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ହିଁ ବୃଦ୍ଧଙ୍କର ମୃତ୍ୟୁ ହୋଇଯାଇଥିଲା । ବୃଦ୍ଧଙ୍କ ମୃତ୍ୟୁ ପରେ ସ୍ଥାନୀୟ ଲୋକ ଘଟଣାସ୍ଥଳରୁ ମୃତଦେହକୁ ଉଦ୍ଧାର କରିବା ସହିତ ରାସ୍ତା ଅବରୋଧ କରିଥିଲେ ବୋଲି ସୂଚନା ମିଳିଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିଥିଲେ । ପରେ ଘଟଣାର ତଦନ୍ତ କରିଥିଲା ।
ଆଗକୁ ପଢ଼ନ୍ତୁ : ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଓ ଝିଅ ଗୁରୁତର