Home >
ସକ୍ରିୟ ଘୂର୍ଣ୍ଣିବଳୟ: ପ୍ରବଳ ବର୍ଷା ଓ କାଳବୈଶାଖୀ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
Khabar Odisha:Active-cyclones-Yellow-warnings-issued-to-9-districts-due-to-heavy-rains-and-thunderstorms
ଭୁବନେଶ୍ୱର, ଜୁନ୍ ୨୨(ଖବର ଓଡିଶା):

ଓଡିଶାରେ ସକ୍ରିୟ ହୋଇରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେଉଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

କନ୍ଧମାଳ, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ବଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଅନ୍ୟ କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । 

ତେବେ ଏହି ସମୟରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ରାଜ୍ୟର ୮ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହିତ ସତର୍କ ରହିବାକୁ ମଧ୍ୟ କୁହାଯାଇଛି ।

  • Tags:

Subscribe

National International State Sports Entertainment