ନୁଆଦିଲ୍ଲୀରେ ଆୟୋଜିତ ନିତି ଆୟୋଗର ଗଭର୍ଣ୍ଣିଂ କାଉନସିଲ୍ର ଅଷ୍ଟମ ବୈଠକରେ ଓଡ଼ିଶା ଯୋଗଦେଇନାହିଁ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇନାହାନ୍ତି । ଓଡ଼ିଶା ବ୍ୟତୀତ ଏହି ବୈଠକରେ ପଶ୍ଚିମବଙ୍ଗ, ବିହାର, ରାଜସ୍ଥାନ, ଦିଲ୍ଲୀ, କେରଳ, ତେଲେଙ୍ଗାନା ଓ ପଂଜାବର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗଦେଇ ନାହାନ୍ତି ।
ସୂଚନା ଅନୁସାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ କେବଳ ମୁଖ୍ୟମନ୍ତ୍ରୀମାନେ ଯୋଗ ଦେବାର ନିୟମ ଥିଲା । ହେଲେ, କୌଣସି କାରଣ ବଶତଃ ନବୀନ ବୈଠକରେ ଯୋଗ ଦେଇନାହାନ୍ତି । ରାଜଧାନୀ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିତି ଆୟୋଗ ବୈଠକ ଚାଲିଛି । ବୈଠକରେ ୮ଟି ପ୍ରସଙ୍ଗ ଉପରେ ଆଲୋଚନା ହେଉଛି l ଗୃହମନ୍ତ୍ରୀ ଅମିତ ଶାହଙ୍କ ବ୍ୟତୀତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଉପସ୍ଥିତ ଅଛନ୍ତି । ବୈଠକରେ ଓଡ଼ିଶା ବ୍ୟତିତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ. ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ୍, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍ କେ ଷ୍ଟାଲିନ ମଧ୍ୟ ଯୋଗ ଦେଇନାହାନ୍ତି ।