Home >
ମହାନଦୀରେ ଆସିପାରେ ମଧ୍ୟମ ଧରଣର ବନ୍ୟା : SRC
Khabar Odisha:Flood-Alert-in-Odisha

ଭୁବନେଶ୍ୱର, ସେପ୍ଟେମ୍ବର ୧୫ (ଖବର ଓଡ଼ିଶା): ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷାରେ କିଛି ନଦୀରେ ବନ୍ୟା ପରିସ୍ଥିତି ଦେଖାଦେଇଛି ମାତ୍ର ବର୍ତ୍ତମାନ ମହାନଦୀ ଉପରମୁଣ୍ଡରେ ଅର୍ଥାତ୍ ଛତିଶଗଡ ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ଜାରି ରହିଛି ।

ଯାହା ପାଇଁ ମହାନଦୀ ପାଣି ଫୁଲିବା ଆରମ୍ଭ ହୋଇଛି । ଯାହାକୁ ଦୃଷ୍ଟିରେ ରଖି ମହାନଦୀରେ ମଧ୍ୟମ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଜି ଏନେଇ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ୍ ଜେନା ।

ଏପଟେ ହୀରାକୁଦରେ କ୍ରମାଗତ ଭାବରେ ଜଳସ୍ତର ବୃଦ୍ଧି ପାଉଥିବାରୁ ୧୨ ଗେଟ୍ ଖୋଲାଯାଇଛି । ଯାହାପାଇଁ ତଳ ମୁଣ୍ଡରେ ବନ୍ୟା ପରିସ୍ଥିତି ଉପୁଜିବାର ସମ୍ଭାବନା ରହିଛି ।

ଅନ୍ୟପଟେ ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ୨୧ ଟି ଜିଲ୍ଲା ପ୍ରଭାବିତ ହୋଇଥିବା ବେଳେ ପ୍ରାୟ ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

  • Tags:

Subscribe

National International State Sports Entertainment