ଭୁବନେଶ୍ୱର, ଅଗଷ୍ଟ ୧୧(ଖବର ଓଡିଶା):
ଓଡିଶା ଉପରେ ରହିଥିବା ଅବପାତ ଏବେ ଦୁର୍ବଳ ହୋଇଛି । ଏହାର ପ୍ରଭାବରେ ଓଡିଶାର ପ୍ରାୟ ସମସ୍ତ ଜିଲ୍ଲାଗୁଡିକରେ ଅଧିକାଂଶ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ।
ସେହିପରି ୧୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟାରେ ଏହା ଚିହ୍ନିତ ହେବାର ସମ୍ଭାବନା ରହିଛି । ପରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି ।
ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।