Home >
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି , ରାଜ୍ୟରେ ୧୬ରୁ ଦୁଇ ଦିନ ପ୍ରବଳ ବର୍ଷା ସହ ଘଡ଼ିଘଡ଼ି ହେବାର ସମ୍ଭାବନା
Khabar Odisha:Light-to-moderate-pressure-is-expected-in-the-eastern-central-Bay-of-Plenty-with-heavy-to-very-heavy-rains-for-18-to-two-days-in-the-state
ଭୁବନେଶ୍ୱର, ଅକ୍ଟୋବର ୧୪(ଖବର ଓଡିଶା):

ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି । ଏହି ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ଫଳରେ ୧୬ ଓ ୧୭ ତାରିଖ ଦୁଇ ଦିନ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବ ରହିଛି । ୧୬ ତାରିଖରୁ ଲଘୁଚାପ ପ୍ରଭାବରେ ବର୍ଷା ହେବ ।

ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୭ରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦେଇଚି ପାଣିପାଗ ବିଭାଗ ।

  • Tags:

Subscribe

National International State Sports Entertainment