Home >
ଦେଶରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ : ୨୪ ଘଣ୍ଟାରେ ୮ ହଜାର ୯୦୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଲାଣି ୨୧୭ ଜୀବନ
Khabar Odisha:National-2-lakh-crossed-Corona-positive-in-India
ନୂଆଦିଲ୍ଲୀ, ଜୁନ 3 (ଖବର ଓଡ଼ିଶା):

 ମହାମାରୀ କରୋନା ନେଇ ସାରା ବିଶ୍ବରେ ସଙ୍କଟ ଥମିବାର ନାଁ ନେଉନାହିଁ । ଭାରତରେ ମଧ୍ୟ କାୟା ବିସ୍ତାର କରିଛି କରୋନା। ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ପୁଣି ରେକର୍ଡ ସଂଖ୍ୟକ ୮ ହଜାର ୯୦୯ ମାମଲା ସାମନା କୁ ଆସିଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨ ଲକ୍ଷ ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୬ ହଜାର  ନିକଟତର ହେଲାଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। 

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୮୯୦୯  ଟି ନୂଆ କରୋନା ଆକ୍ରାନ୍ତଙ୍କ ମାମଲା ସାମନାକୁ ଆସିଛି। ଏହା ପୂର୍ବ ଅପେକ୍ଷା ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ । ଏହାସହ ୨୧୭ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି ।    କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨ ଲକ୍ଷ ୭ ହଜାର ୬୧୫ ରେ ପହଂଚିଛି ।  ଏପର୍ଯ୍ୟନ୍ତ ଭାରତରେ ୫ ହଜାର ୮୧୫  ଜଣଙ୍କ ମୃତ୍ୟୁ ଘଟିଛି । 

ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦,୩୦୩ ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୧,୪୯୭ ସକ୍ରିୟ ଅଛନ୍ତି।ଏବେ ୧୦୧ ୪୯୭ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । 

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ତାମିଲନାଡୁ ଓ ଦିଲ୍ଲୀରେ ସ୍ଥିତି ସଙ୍ଗୀନ ।

ବିଶ୍ୱର ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ୨୧୩ ଦେଶକୁ ବ୍ୟାପି ଭୟଙ୍କର ରୂପ ନେଉଛି । କେନ୍ଦ୍ର ସରକାର କରୋନା ପାଇଁ ଅନେକ ସଚେତନତା ପାଇଁ ନିଆଯାଉଥିବା ପଦକ୍ଷେପ ସତ୍ୱେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । ଆଜି ଲକ୍ ଡାଉନ୍ ୪.୦ ଶେଷ ହୋଇଥିବା ବେଳେ କିଛି ସ୍ଥାନରେ କୋହଳ କରାଯାଇଛି । କଣ୍ଟେନମେଣ୍ଟ ଜୋନରେ ଜୁନ୍ ୩୦ ଯାଏଁ ଲକ୍ ଡାଉନ୍ ବୃଦ୍ଧି କରାଯାଇଛି ।

  • Tags:

Subscribe

National International State Sports Entertainment