Home >
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତାଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାତ୍ୟା ସହାୟତା ପାଇଁ ଦେଲେ ପ୍ରତିଶ୍ରୁତି
Khabar Odisha:Naveen-talk-with-mamata-banarji
ଭୁବନେଶ୍ୱର, ମେ ୨୨ ( ଖବର ଓଡ଼ିଶା):

 ଆଜି ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଥିବା ଜଣାପଡ଼ିଛି। ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ବାତ୍ୟା ଅମ୍ଫାନ ସଙ୍କଟ ସମୟରେ ପଶ୍ଚିମବଙ୍ଗର ଲୋକଙ୍କ ସହ ଓଡ଼ିଶାର ସମବେଦନା ରହିଛି ବୋଲି କହିଛନ୍ତି।

ଅମ୍ଫାନ୍ ଯୋଗୁ ପଶ୍ଚିମବଙ୍ଗର କ୍ଷୟକ୍ଷତିର ପରିମାଣ ବିଷୟରେ ମମତାଙ୍କୁ ଫୋନରେ ପଚାରି ବୁଝିଥିଲେ ନବୀନ ପଟ୍ଟନାୟକ । ଏହି ସମସ୍ୟା ଦୂର କରିବା ପାଇଁ  ଲୋକବଳ ଏବଂ ସାମଗ୍ରୀ ଦୃଷ୍ଟିରୁ ପଶ୍ଚିମବଙ୍ଗକୁ ସମସ୍ତ ପ୍ରକାରର ସମ୍ଭାବ୍ୟ ସହାୟତା ଯୋଗାଇବାକୁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆଜି  ପ୍ରଧାନମନ୍ତ୍ରୀ କୋଲକାତାରେ ପହଞ୍ଚି କ୍ଷତିଗ୍ରସ୍ତ ଅ଼ଞ୍ଚଳ ବୁଲି ଦେଖିବା ସହିତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ହେଲିକପ୍ଟର୍ ଯୋଗେ ବସିରହାଟ ଯାଇ ଆକାଶମାର୍ଗରୁ ସ୍ଥିତି ନିରୀକ୍ଷଣ କରିବେ। ଅପରାହ୍ନ ୧: ୨୦ରେ କୋଲ୍‌କାତା ବିମାନ ବନ୍ଦରରେ ପହଞ୍ଚି ୧: ୩୦ରେ ଭୁବନେଶ୍ବର ଅଭିମୁଖେ ଯାତ୍ରା ଆରମ୍ଭ କରିବେ ମୋଦୀ ।

  • Tags:

Subscribe

National International State Sports Entertainment