Home >
ରାଜ୍ୟରେ ଆଜି ଆଉ 9 ଜଣଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା, 3 ଶହ ଟପିଲା ମୋଟ ମୃତ୍ୟୁ ସଂଖ୍ୟା
Khabar Odisha:Odishas-COVID19-death-toll-breaches-300-mark-with-9-more-persons-succumbing-to-the-disease-in-last-24-hours
ଭୁବନେଶ୍ୱର, ଅଗଷ୍ଟ ୧୨ (ଖବର ଓଡ଼ିଶା):

ରାଜ୍ୟରେ ଗତ 24 ଘଣ୍ଟା ମଧ୍ୟରେ ଆଉ 9 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା ଭାଇରସ୍ । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ନୂଆ ୯ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪ ଜଣ ରହିଥିବା ବେଳେ ରାୟଗଡ଼ାରୁ ୨, ଅନୁଗୋଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ରହିଥିବା ଜଣାପଡିଛି ।

  • Tags:

Subscribe

National International State Sports Entertainment