ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିବ ବର୍ଷା। କିଛି ଜିଲ୍ଲାରେ ଛେଚିବ ପ୍ରବଳରୁ ଅତି ପ୍ରବଳ ବର୍ଷା । ଆସନ୍ତାକାଲି ସକାଳ ଯାଏଁ ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାକୁ ସତର୍କ କରାଯିବା ସହ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି | ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗରୁ ସୂଚନା ମିଳିଛି ।
ସୂଚନା ଅନୁସାରେ , ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଅଗଷ୍ଟ ୧ ସକାଳ ଯାଏଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁରକୁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ଗୁଡ଼ିକର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ଦୁଇ ଦିନ ପର୍ଯ୍ୟନ୍ତ ମଧ୍ୟ ବିଭିନ୍ନ ଜିଲ୍ଲାରେ ଜାରି ରହିବ ପ୍ରବଳ ବର୍ଷା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ଟି ସ୍ଥାନରେ ୧୦୦ ମି.ମି.ରୁ ଅଧିକ ବୃଷ୍ଟିପାତ ହୋଇଥିବା ଜଣାପଡ଼ିଛି ।